ପୁଣି ବିଜେଡିରେ ମିଶିଲେ ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ବହୁ ପଞ୍ଚାୟତ ପ୍ରତିନିଧି

Odisha Hot News
1 Min Read

ଭୁବନେଶ୍ବର: ଆଜି ବିଜେଡିରେ ମିଶିଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି। ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ଲୋକ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏମାନେ ବିଜେପି ଛାଡି ବିଜେଡିରେ ସାମିଲ ହୋଇଥିଲେ।

ଏଥିରେ ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର, କାର୍ଯ୍ୟକ୍ରମ ରୂପାନ୍ତର କମିଟି ଆବାହକ ସଞ୍ଜୟ ଦାସବର୍ମା ଓ ସଭ୍ୟ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଉପସ୍ଥିତ ଥିଲେ। ପୂର୍ବରୁ ସେମାନେ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି ନିଜ ମତ ଜଣାଇବା ପରେ ଶଙ୍ଖ ଭବନରେ ବିଜେଡିରେ ସାମିଲ ହୋଇଥିଲେ।

Share This Article