ମାଓବାଦୀ ମୁକାବିଲା: ଓଡିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆପିଏଫ ଯବାନଙ୍କ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ

Odisha Hot News
0 Min Read

ଭୁବନେଶ୍ଵର: ଓଡ଼ିଶାର ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ଓଡିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆପିଏଫ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି।

ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ମିଳିଥିଲା। ସେହି ଅନୁଯାୟୀ, ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଏହି ସମ୍ମିଳିତ ଅଭିଯାନ ଆରମ୍ଭ କରିଛନ୍ତି।

Share This Article