ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

Odisha Hot News
1 Min Read

ଭୁବନେଶ୍ଵର: ମହାମହିମ ରାଷ୍ଟ୍ରପତିଙ୍କ ପ୍ରତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ କଂଗେସ ନେତା ରାହୁଲ ଗାନ୍ଧୀଙ୍କ ଅପମାନଜନକ ବୟାନକୁ ବିରୋଧ କରି କେନ୍ଦୁଝର ନଗର ମଣ୍ଡଳ ବିଜେପି ପକ୍ଷରୁ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ କୁଶ ପୁତ୍ତଳିକା ଦାହ କରାଯାଇଥିଲା। ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ବିଜେପି ଜିଲ୍ଲା ସଭାପତି ଶୁକଦେବ ମହାନ୍ତ ଯୋଗ ଦେଇ କଂଗ୍ରେସ ର ଏଭଳି ମନ୍ତବ୍ୟ କୁ ବିରୋଧ କରିବା ସହିତ କଂଗ୍ରେସ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀକୁ ଅସମ୍ମାନ କରିଛି ବୋଲି କହିଥିଲେ।

ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳ ଦେଶବସୀଙ୍କୁ କ୍ଷମା ମାଗନ୍ତୁ ବୋଲି ବିଜେପି ଜିଲ୍ଲା ସଭାପତି ଶୁକଦେବ ମହାନ୍ତ କହିଛନ୍ତି। ନଗର ମଣ୍ଡଳ ବିଜେପି ସଭାପତି ବିଶ୍ୱଜିତ ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ନଗର ମଣ୍ଡଳ ତଥା ଜିଲ୍ଲା ବିଜେପିର ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Share This Article