ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପୀଠ ତୁଳସୀ କ୍ଷେତ୍ରର ହେବ ବିକାଶ

Odisha Hot News
1 Min Read

ଭୁବନେଶ୍ଵର: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପୀଠ ତୁଳସୀ କ୍ଷେତ୍ରର ବିକାଶ କରି ଏହାକୁ ଏକ ଆକର୍ଷଣୀୟ ଧର୍ମୀୟ ପର୍ଯ୍ୟଟନ କ୍ଷେତ୍ର ଭାବରେ ପ୍ରତିଷ୍ଠିତ କରିବା ପାଇଁ ରାଜ୍ୟ ସରକାର ବଦ୍ଧପରିକର। ଏହି ପରିପ୍ରେକ୍ଷୀରେ ମନ୍ଦିରର ଉନ୍ନତୀକରଣ ଓ ଉନ୍ନୟନ କାର୍ଯ୍ୟର ଏକ ସମୀକ୍ଷା ବୈଠକ ପୂର୍ତ୍ତ ବିଭାଗର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମନ୍ଦିର ପରିସର ଓ ଚର୍ତୁପାର୍ଶ୍ଵର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି ମନ୍ତ୍ରୀ।

ଏହି ବୈଠକରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ମହାକାଳପଡ଼ା ବିଧାୟକ ଡଃ ଦୁର୍ଗା ପ୍ରସନ୍ନ ନାୟକ, ଆଇନ ବିଭାଗ ଦ୍ଵିତୀୟ ଅତିରିକ୍ତ ବିଧି ଚେତକ ତଥା ଅତିରିକ୍ତ ଶାସନ ସଚିବ ବିଭୁ ପ୍ରସାଦ ପଣ୍ଡା, ରାଜ୍ୟ ଦେବୋତ୍ତର ଆୟୁକ୍ତ ଲଲାଟେନ୍ଦୁ ଜେନା, କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, କେନ୍ଦ୍ରାପଡ଼ା ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ ଓ ବିଭାଗୀୟ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

Share This Article