ନୟାଗଡ଼ ଜିଲ୍ଲାପାଳଙ୍କ ଦ୍ୱାରା ୧୧ ଜଣ ଦିବ୍ୟାଙ୍ଗଙ୍କୁ ଇ-ରିକ୍ସା ବଣ୍ଟନ

Odisha Hot News
0 Min Read

ନୟାଗଡ଼: ନୟାଗଡ଼ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଆନୁକୂଲ୍ୟରେ ୧୧ ଜଣ ଦିବ୍ୟାଙ୍ଗଙ୍କୁ ଇ-ରିକ୍ସା ବଣ୍ଟନ କରାଯାଇଛି। ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ନେତୃତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୌର ପରିଷଦ ଅଧ୍ଯକ୍ଷା ନିରୂପମା ଖଟେଇ ଯୋଗ ଦେଇଥିଲେ। ସାମାଜିକ ସୁରକ୍ଷା ଅଧିକାରୀ କାମଦେବ ନାୟକଙ୍କ ତତ୍ତ୍ୱାବଧାନରେ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଏମ୍‌ସିଏଲ୍ ପକ୍ଷରୁ ଏହି ଇ-ରିକ୍ସ ଦିବ୍ୟାଙ୍ଗଙ୍କୁ ପ୍ରଦାନ କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Share This Article