ଆଜି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

Odisha Hot News
1 Min Read

ଭୁବନେଶ୍ୱର :  ୪୭ ଦିନ ଲକ୍‌ଡାଉନ ପରେ ମଧ୍ୟ ଦେଶର ବିଭିନ୍ନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ କରୋନା ମୁକାବିଲା ଓ ବର୍ତ୍ତମାନର କରୋନା ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୩ଟାରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କରିବେ। କରୋନା ମୁକାବିଲା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ମୁଖ୍ୟମନ୍ତ୍ରୀଙ୍କ ସହିତ ୫ମ ଥର ଆଲୋଚନା କରିବାକୁ ଯାଉଛନ୍ତି। ତେବେ ଲକ୍‌ଡାଉନ ପରେ କରୋନା ମୁକାବିଲା ନେଇ କେନ୍ଦ୍ର ସରକାର କି ପଦକ୍ଷେପ ନେଉଛନ୍ତି ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି ।

Share This Article