ରାଜ୍ୟବ୍ୟାପୀ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି: ଆସନ୍ତା ତିନି ଦିନ ଜାରି ରହିବ ଝାଞ୍ଜି ପ୍ରବାହ

Odisha Hot News
1 Min Read

ଭୁବନେଶ୍ଵର: ରାଜ୍ୟବ୍ୟାପୀ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଶୁକ୍ରବାର ଓଡ଼ିଶାର ୧୧ଟି ସହରର ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୧.୮ ଡିଗ୍ରୀ ସେଲସିୟସ୍ ସହ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ରହିଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର ଓ ମୟୂରଭଞ୍ଜର କେତେକ ସ୍ଥାନରେ ଅତି ପ୍ରବଳ ଗ୍ରୀଷ୍ମପ୍ରବାହର ଆଶଙ୍କା ଥିବାରୁ ସେସବୁ ସ୍ଥାନରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ସୁନ୍ଦରଗଡ଼, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ରହିଛି। ଅପରପକ୍ଷରେ ବଲାଙ୍ଗୀର, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ରାତିର ତାପମାତ୍ରା ମଧ୍ୟ ବୃଦ୍ଧି ପାଇବା ନେଇ ଅନୁମାନ କରାଯାଉଛି। ବାଲେଶ୍ବର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ସୋନପୁର, କଳାହାଣ୍ଡି ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମପ୍ରବାହର ଆଶଙ୍କା ରହିଛି।

ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ଝାଞ୍ଜି ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

Share This Article