ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପୂର୍ବରୁ ନବୀନ ଯାଇଛନ୍ତି

Odisha Hot News
1 Min Read

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମହୋନ ମାଝୀ ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରେ ଗଲେ। ସେ ସେଠାରେ ସରକାରୀ ତଥା ବେସରକାରୀ କାର୍ଯ୍ୟରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ସେ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଉଦ୍ଦେଶ୍ୟ କଣ ତାହା ସରକାରୀ ଭାବେ କିଛି କୁହାଯାଇ ନାହିଁ।

ତେବେ ଏହା ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦିଲ୍ଲୀ ଗସ୍ତରେ ଅଛନ୍ତି। ତାଙ୍କର କୌଣସି କାର୍ଯ୍ୟକ୍ରମ ସଂପର୍କରେ ମଧ୍ୟ କିଛି ସୂଚନା ଦିଆଯାଇ ନାହିଁ। ତେବେ ସେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନଙ୍କ ଡିଲିମିଟେସନକୁ ବିରୋଧ ବୈଠକରେ ଯୋଗଦେବେ ବୋଲି କୁହାଯାଉଛି। ତେବେ ଓଡିଶାର ଉଭୟ ନେତାଙ୍କ ଦିଲ୍ଲୀ ଗସ୍ତର କୌଣସି ସୂଚନା ଦିଆଯାଇ ନ ଥିବାରୁ ବିଭିନ୍ନ ମହଲରେ ସନ୍ଦେହ ପ୍ରକଟ ହୋଇଛି।

Share This Article