ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ: ଜାଣନ୍ତୁ କାର୍ଯ୍ୟକ୍ରମ

Odisha Hot News
1 Min Read

ଭୁବନେଶ୍ଵର: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁର, ପୁରୀ ଏବଂ ଭୁବନେଶ୍ବର ଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶ୍ରୀ ସାମଲ କହିଛନ୍ତି, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଶାହ ଆସନ୍ତା ୨୧ ତାରିଖ ସନ୍ଧ୍ୟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସମ୍ବଲପୁର ଯିବେ। ୨୨ ତାରିଖ ସକାଳେ ସମ୍ବଲପୁରରେ ମା’ ସମଲେଶ୍ୱରୀଙ୍କ ମନ୍ଦିରରେ ଦର୍ଶନ କରିବା ପରେ ସେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ ଏବଂ ଏକ ସାଧାରଣ ସଭାରେ ଉଦବୋଧନ ଦେବେ। ଏହାପରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଭୁବନେଶ୍ୱର ଆସି ପୁରୀ ଯିବେ।

Share This Article