ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି: ଆଜି ୧୬ଟି ସହରରେ ୩୯ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ତାପମାତ୍ରା ରେକର୍ଡ

Odisha Hot News
1 Min Read

ଭୁବନେଶ୍ଵର: ରାଜ୍ୟବ୍ୟାପୀ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଉତ୍ତର, ଆଭ୍ୟନ୍ତର ଏବଂ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୬ଟି ସହରରେ ଦିନ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍ କିମ୍ୱା ତା’ଠାରୁ ଅଧିକ ରହିଥିଲା। ଦୁଇଟି ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୪ଟି ସହରର ତାପମାତ୍ରା ୪୧ ଡିଗ୍ରୀରୁ ଅଧିକ ରହିଥିଲା। ବୌଦ୍ଧରେ ଆଜି ସର୍ବାଧିକ ତାପମାତ୍ରା ୪୨ଦଶମିକ ୫ଡିଗ୍ରୀ ଓ ସମ୍ୱଲପୁରରେ ୪୨ଦଶମିକ ୨ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।

Share This Article