ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ସ୍ମୃତି ଉଦ୍ଦେଶ୍ୟରେ ବାଣପୁରରେ ପ୍ରତିଷ୍ଠା ହେବ ସଂଗ୍ରହାଳୟ: ଘୋଷଣା କଲେ ଆଇନ ମନ୍ତ୍ରୀ

Odisha Hot News
1 Min Read

ବାଣପୁର: ବାଣପୁର ମାଟିର ବରପୁତ୍ର, ଓଡ଼ିଶା ପ୍ରଦେଶର ପ୍ରଥମ ଶିକ୍ଷାମନ୍ତ୍ରୀ ପଣ୍ଡିତ ଗୋଦାବରୀଶ ମିଶ୍ର ଭୀମପୁର ପ୍ରାଥମିକ ବିଦ୍ୟାଳୟରେ ପ୍ରାଥମିକ ଶିକ୍ଷା ଗ୍ରହଣ କରିଥିଲେ। ଆଜି ସେହି ବିଦ୍ୟାଳୟକୁ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଗସ୍ତ କରି ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ସ୍ମୃତିକୁ ସମଗ୍ର ଅଞ୍ଚଳରେ ଉଜ୍ଜିବିତ କରି ରଖିବା ପାଇଁ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରି ସେଥିରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଅମୂଲ୍ୟ କୃତିକୁ ସ୍ଥାନିତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଓଡ଼ିଆ ଜାତି ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ପାଇଁ ସବୁବେଳେ ତାଙ୍କ ନିକଟରେ ଋଣୀ।ବାଣପୁରର ସମେତ ସମଗ୍ର ଓଡ଼ିଶାର ଶିକ୍ଷା, ସାହିତ୍ୟ ସଂସ୍କୃତି, ରାଜନୀତି, ସେବା ଓ ମାନବିକତାର ସେ ନୂଆ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି।

ଏହି ଅବସରରେ ପୁରୀ ଲୋକସଭା କ୍ଷେତ୍ରର ସାଂସଦ ଡ଼ାଃ ସମ୍ବିତ ପାତ୍ର, ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରଣା, ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବାଣପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସି. ଏଚ. ବିଜୟଲକ୍ଷ୍ମୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାତ କୁମାର ସେଠୀ, ସ୍ଥାନୀୟ ସରପଞ୍ଚ ସୁରେଶ ଚନ୍ଦ୍ର ବାରିକି, ସ୍ଥାନୀୟ ବିଶିଷ୍ଟ ଶିକ୍ଷାବିତ୍, ବୁଦ୍ଧିଜୀବୀ ବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

Share This Article