୪୬ ଆକ୍ରାନ୍ତଙ୍କ ତଥ୍ୟ ପ୍ରଦାନ କରିଲେ ରାଜ୍ୟ ସରକାର

Odisha Hot News
2 Min Read

ଭୁବନେଶ୍ୱର : ରାଜ୍ୟରେ ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ୪୬ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରର ୪୨ ଜଣ ରହିଥିବା ବେଳେ କଣ୍ଟେନମେଣ୍ଟ ଜୋନ୍‌ର ୨ ଓ ଅନ୍ୟ ସ୍ଥାନରୁ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ତେବେ ଉକ୍ତ ୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ଜଣ ସୁରଟ ଫେରନ୍ତା। ଗଞ୍ଜାମ ଜିଲାର ସର୍ବାଧିକ ୨୧ ଆକ୍ରାନ୍ତ ସୁରଟ ଫେରନ୍ତା ରହିଥିବା ଜଣାପଡ଼ିଛି। ସେହିପରି ବୌଦ୍ଧ, କଟକ, ପୁରୀ, ମୟୂରଭଞ୍ଜ ଜିଲାର ଚିହ୍ନଟ ଜଣେ ଲେଖାଏ ଆକ୍ରାନ୍ତ ମଧ୍ୟ ସୁରଟ ଫେରନ୍ତା। ବାଲେଶ୍ୱରରୁ ଚିହ୍ନଟ ୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ସୁରଟ ଫେରନ୍ତା ହୋଇଥିବା ବେଳେ ଆଉ ଜଣେ ପଶ୍ଚିମବଙ୍ଗ ଫେରନ୍ତା। ସେହିପରି ଯାଜପୁରର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ରାଉରକେଲାର ଚିହ୍ନଟ ୨ ଆକ୍ରାନ୍ତ କଣ୍ଟେମେଣ୍ଟ ଜୋନ୍‌ ଅଞ୍ଚଳର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଏବେ ସୁଦ୍ଧା ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୬୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୫୭ ଜଣ, ଭଦ୍ରକ ଜିଲ୍ଲାରୁ ୩୧ ଜଣ, ଅନୁଗୁଳ ଜିଲ୍ଲାରୁ ୧୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ପୁରୀରୁ ୪, ବୌଦ୍ଧ ଜିଲ୍ଲାରୁ ୫ଜଣ ଓ କଟକରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦବ୍ୟତୀତ ନୟାଗଡ଼, କୋରାପୁଟ, ଦେବଗଡ଼ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Share This Article