ଆଜି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ

Odisha Hot News
1 Min Read

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଦିନ ୧୨.୩୦ ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଦିନ ୧.୩୦ ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଚିବେ। ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରି ସଡ଼କ ପଥରେ କଣ୍ଟିଲୋ ସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ କରିବେ।

ପରେ ପରେ ଆଜି ଅପରାହ୍ଣ ୩.୦୫ ମି.ସମୟରେ ପ୍ରଭୁ ନୀଳମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବେ। ପରେ ପରେ ରାଷ୍ଟ୍ରପତି ଅପରାହ୍ଣ ୩.୩୫ ସମୟରେ ନୟାଗଡ଼ର କାଳିଆପଲ୍ଲୀ ଠାରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ରାଜଭବନରେ ରାତ୍ରି ରହଣୀ କରିବେ ଏବଂ ତହିଁ ପରଦିନ ୨୫ ତାରିଖ ସକାଳେ ବାୟୁସେବା ବିମାନ ଯୋଗେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

Share This Article