ମାର୍ଚ୍ଚ ୩୦ ନୁହେଁ ୨୮ ରେ ମୁଖ୍ୟମନ୍ତ୍ରୀଙ୍କ ଚିଲିକା ଗସ୍ତ: ବାଣପୁରରୁ ଯୋଜନାର କରିବେ ଶୁଭାରମ୍ଭ

Odisha Hot News
1 Min Read

ବାଣପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପୂର୍ବ ନିର୍ଦ୍ଧାରିତ ଚିଲିକା ଗସ୍ତର ତାରିଖରେ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ପୂର୍ବ ନିର୍ଦ୍ଧାରିତ ମାର୍ଚ୍ଚ ୩୦ ତାରିଖ ପରିବର୍ତ୍ତେ ମାର୍ଚ୍ଚ ୨୮ ତାରିଖରେ ଚିଲିକା ଗସ୍ତ କରିବେ। ମାର୍ଚ୍ଚ ୩୦ ତାରିଖରେ ବାଣପୁର ସ୍ଥିତ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ନାମିତ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟ ଠାରେ “ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ” ଥିଲା। ଉକ୍ତ ଶୁଭାରମ୍ଭ କାର୍ଯ୍ୟକ୍ରମ ଏବେ ମାର୍ଚ୍ଚ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ କରାଯିବ। ଏଥି ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଥିବା ବେଳେ ଖୋଦ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରସ୍ତୁତି ତଦାରଖ କରୁଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ତରଫରୁ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ପ୍ରତି ଗ୍ରାମ ପଞ୍ଚାୟତରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ହୋଇଛି। ଏହି ଯୋଜନାରେ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ ହେବାର ଯୋଜନା ରହିଛି।

Share This Article