ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ ହରିଶ ଟଣ୍ଡନ

Odisha Hot News
0 Min Read

କଟକ: ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ ହରିଶ ଟଣ୍ଡନ। ରାଜ୍ୟପାଳ ହରିବାବୁ କମ୍ଭମପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଏନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ହାଇକୋର୍ଟର ସମସ୍ତ ବିଚାରପତି, ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ ଆଡ଼ଭୋକେଟ ଜେନେରାଲ, ବିଭାଗୀୟ ସଚିବଙ୍କ ସମେତ ବରିଷ୍ଠ ଆଇନଜୀବୀ, ଅବସରପ୍ରାପ୍ତ ବିଚାରପତି ଉପସ୍ଥିତ ରହିଥିଲେ। ଜଷ୍ଟିସ ଟଣ୍ଡନ କୋଲକାତା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବରେ କାର୍ଯ୍ୟ କରିଥିଲେ। ଗତକାଲି ସେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନେଇଥିଲେ।

Share This Article