ଭୁବନେଶ୍ବର: ଗୋଟିଏ ଦିନରେ ୧୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ୧୦୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରେ ୫୨ ଓ ବାଲେଶ୍ୱରରେ ୩୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାଜପୁର, ସୁନ୍ଦରଗଡରେ ୭ ଏବଂ କେନ୍ଦୁଝରରେ ୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ପଜିଟିଭ୍ଙ୍କ ସଂଖ୍ୟା ବଢି ଚାଲିଥିବାବେଳେ ମୋଟ ସଂଖ୍ୟା ୫୩୮ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ବିଭାଗର ୱେବସାଇଟରୁ ମିଳିଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ୪୧୯ଟି ସକ୍ରିୟ ମାମଲା ଥିବାବେଳେ ୧୧୬ ଜଣ ସୁସ୍ଥ ହୋଇଛନ୍ତି | ସେହିପରି ୩ ଜଣଙ୍କର ମୃତ୍ୟୁ ଘଟିଛି |
Comment