ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି: ୫ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Odisha Hot News
0 Min Read

ପୁରୀ: ଆଜି ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ଏହି ଗୁପ୍ତନୀତି ସମ୍ପାଦନ କରାଯିବ। ଏନେଇ ପ୍ରାୟ ୫ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଅଛି।

Share This Article