ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ

Odisha Hot News
1 Min Read

ଭୁବନେଶ୍ଵର: ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସ୍ଥାନୀୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଭାବରେ ପାଳିତ ହୋଇଯାଇଛି। ଆଜି ଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ହସ୍ତତନ୍ତ ବୁଣା ପୋଷାକ ପରିଧାନ କରି କାର୍ଯ୍ୟରେ ଯୋଗଦାନ କରିଛନ୍ତି।

ଏହି ଉପଲକ୍ଷେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନୟାକଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଚିନ୍ତନ କକ୍ଷରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ନିହାର ରଞ୍ଜନ କହଁର, ଜିଏମ ଡ଼ିଅlଇସି, ସହ ନିର୍ଦେଶକ ହସ୍ତତନ୍ତ ବିଭାଗ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Share This Article