୭୩ତମ ସର୍ବଭାରତୀୟ ପୋଲିସ ହକି: ତୃତୀୟ ଦିନରେ ମଧ୍ୟ ଖେଳାଗଲା ୭ ଟି ମ୍ୟାଚ

Odisha Hot News
2 Min Read

ଭୁବନେଶ୍ଵର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପର ତୃତୀୟ ଦିନରେ ୭ଟି ମ୍ୟାଚ ଖେଳାଯାଇଛି।

ବୁଧବାର ପ୍ରଥମ ମ୍ୟାଚ ଚଣ୍ଡିଗଡ଼ ଓ ଉତ୍ତରାଖଣ୍ଡ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଉତ୍ତରାଖଣ୍ଡ ଚଣ୍ଡିଗଡ଼ ପୋଲିସ ଦଳକୁ ୯-୦ ଗୋଲ ବ୍ୟବଧାନରେ ପରାସ୍ତ କରିଛି। ଦ୍ୱିତୀୟ ମ୍ୟାଚ ଆଇଟିବିପି ଓ ରାଜସ୍ଥାନ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଆଇଟିବିପି, ରାଜସ୍ଥାନ ପୋଲିସ ଦଳକୁ ୮-୩ ଗୋଲ ବ୍ୟବଧାନରେ ହରାଇଛି।

ସେହିପରି ମଣିପୁର ଓ ଝାଡ଼ଖଣ୍ଡ ପୋଲିସ ମଧ୍ୟରେ ତୃତୀୟ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ମଣିପୁର, ଝାଡ଼ଖଣ୍ଡ ପୋଲିସ ଦଳକୁ ୩ -୧ ଗୋଲ ବ୍ୟବଧାନରେ ହରାଇଛି। ଚତୁର୍ଥ ମ୍ୟାଚ ପଶ୍ଚିମବଙ୍ଗ ଓ ଛତିଶଗଡ଼ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ପଶ୍ଚିମବଙ୍ଗ ଛତିଶଗଡ଼ ପୋଲିସ ଦଳକୁ ୬- ୩ ଗୋଲ ବ୍ୟବଧାନରେ ପରାସ୍ତ କରିଛି।

ପଞ୍ଚମ ମ୍ୟାଚ ଏସଏସବି ଓ ଗୁଜୁରାଟ ମହିଳା ପୋଲିସ ଦଳ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଏସଏସବି ମହିଳା ଦଳ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁଜୁରାଟ ମହିଳା ପୋଲିସ କୁ ୧୭– ୦ ଗୋଲ ବ୍ୟବଧାନରେ ପରାସ୍ତ କରିଥିଲା।

ସେହିପରି ଘରୋଇ ଓଡିଶା ଓ ଉତ୍ତର ପ୍ରଦେଶ ପୋଲିସ ଦଳ ମଧ୍ୟରେ ଷଷ୍ଠ ମ୍ୟାଚ ଖେଳା ଯାଇଥିଲା। ଏହି ମ୍ୟାଚରେ  ଉତ୍ତର ପ୍ରଦେଶ, ଘରୋଇ ଓଡିଶା  ପୋଲିସ ଦଳକୁ ୨ -୧ ଗୋଲରେ ପରାସ୍ତ କରିଛି।

ସପ୍ତମ ତଥା ଆଜିର ଶେଷ ମ୍ୟାଚ ଜାମ୍ମୁ କାଶ୍ମୀର ଓ ଗୁଜୁରାଟ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଜାମ୍ମୁ କାଶ୍ମୀର ପୋଲିସ ଦଳ ଗୁଜୁରାଟ ପୋଲିସ ଦଳକୁ 18-0 ଗୋଲରେ ପରାସ୍ତ କରି ବିଜୟୀ ହୋଇଛି।

ଉଚ୍ଚଶିକ୍ଷା ବିଭାଗ ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ, ଅର୍ଥ ବିଭାଗ ପ୍ରମୁଖ ସଚିବ ସାଶ୍ଵତ ମିଶ୍ର,  ଭିଜିଲାନ୍ସ ନିର୍ଦ୍ଦେଶକ ୟଶୱନ୍ତ ଜେଠୱା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ପୋଲିସ କମିଶନର (ଭୁବନେଶ୍ବର-କଟକ) ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ତଥା ଆୟୋଜନ କମିଟିର ଉପାଧ୍ୟାକ୍ଷ ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର) ତଥା ଆୟୋଜନ କମିଟିର ଉପାଧ୍ୟାକ୍ଷ ରାଜେଶ କୁମାର, ଆଇଜି (ତାଲିମ) ତଥା ଆୟୋଜନ କମିଟିର ସମ୍ପାଦକ ଅନୁପ କୁମାର ସାହୁ ପ୍ରମୁଖ ବିଭିନ୍ନ ମ୍ୟାଚ ଗୁଡିକରେ ଅତିଥି ଭାବେ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ।

Share This Article