ପବିତ୍ର ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

Odisha Hot News
0 Min Read
ଭୁବନେଶ୍ବର: ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ଆଜି ସାରା ଓଡିଶାରେ ଏହି ପର୍ବ ପାଳନ କରାଯାଉଛି। ଏଥିସହିତ ଆଜିଠାରୁ ଓଡିଆ ନବ ବର୍ଷର ଆରମ୍ଭ ହେଉଛି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ସେ କହିଛନ୍ତି ଯେ,ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ।
Share This Article