ପିସିସି କାର୍ଯ୍ୟାଳୟରେ ଡକ୍ଟର ଆମ୍ବେଦକରଙ୍କ ଜୟନ୍ତୀ ପାଳିତ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

Odisha Hot News
1 Min Read

ଭୁବନେଶ୍ୱର: ଭାରତର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ଡ. ବି.ଆର ଆମ୍ବେଦକରଙ୍କ ଜୟନ୍ତୀ ଉତ୍ସବ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି। ସକାଳେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସ ନେତାଗଣ ଭୁବନେଶ୍ୱର ଏଜି ଛକ ସ୍ଥିତ ଆମ୍ବେଦକରଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ପିସିସି କାର୍ଯ୍ୟାଳୟରେ ଆମ୍ବେଦକରଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା।

ଏହି ଅବସରରେ ପିସିସି ସଭାପତି ଶ୍ରୀ ଦାସଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନ ଠାରେ ସ୍ୱର୍ଗତ ଆମ୍ବେଦକରଙ୍କ ଉଦ୍ଦେଶ୍ୟରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାକୁ ପିସିସି ଅନୁସୂଚୀତ ଜାତି ବିଭାଗର ଶ୍ରୀ ବାଙ୍କନିଧି ବେହେରା ପରିଚାଳନା କରିଥିଲେ । ଉଦ୍‌ବୋଧନ ଦେଇ ପିସିସି ସଭାପତି ଶ୍ରୀ ଦାସ କହିଲେ ଯେ ଭାରତୀୟ ସମ୍ବିଧାନର ରଚୟିତା ଡ. ଭୀମରାଓ ଆମ୍ବେଦକରଙ୍କର ସଂଘର୍ଷମୟ ଜୀବନ କଥା ଓ ଜୀବନ ଦର୍ଶନ ରାଜନୀତି ଓ ସମାଜସେବା କ୍ଷେତ୍ରରେ କାର୍ଯ୍ୟକରୁଥିବା ସମସ୍ତଙ୍କ ପାଇଁ ପାଥେୟ।

Share This Article