ବିଧାନସଭା ପରିସରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Odisha Hot News
0 Min Read

ଭୁବନେଶ୍ବର: ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ। ଆଜିର ଦିନରେ ଏହି ପ୍ରବାଦ ପୁରୁଷ ଇହଲିଲା ସମ୍ବରଣ କରିଥିଲେ। ଏହି ଉପଲକ୍ଷେ ଆଜି ବିଧାନସଭା ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି।

ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ବିଜୁବାବୁ ମନେ ପକାଇଥିଲେ।

Share This Article