ଯାଜପୁର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର | ଆଜି ଏକା ସାଙ୍ଗରେ ଯାଜପୁରର ୧୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି | ଚିକିତ୍ସା ପରେ ସେମାନଙ୍କୁ କୋଭିଡ୍ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ | ନୂତନ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏବେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୫୮ରେ ପହଞ୍ଚିଥିବା ଜଣାପଡ଼ିଛି |
Another 15 patients have recovered from COVID-19 and are being discharged.
They are all from Jajpur district.
The number of recovered cases of Odisha now stands at 158.
— H & FW Dept Odisha (@HFWOdisha) May 14, 2020
ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ । ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୯, ଭୁବନେଶ୍ୱରରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଗଂଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨-୨ ଓ କୋରାପୁଟ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ବୁଧବାର ସୁସ୍ଥ ହୋଇ ଡାକ୍ତରଖାନାରୁ ଡିସଚାର୍ଜ ହୋଇଥିଲେ । ଏଥି ସହ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଞ୍ଚିଥିଲା।
Comment