ଆହୁରି ଚାରିଦିନ ଧରି ରହିଛି କାଳବୈଶାଖୀ ସମ୍ଭାବନା, ଆଜି ରାତିରେ ତିନିଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆହୁରି ଚାରିଦିନ ପାଇଁ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା 22 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପରିଲକ୍ଷିତ ହେବ। ସେହିପରି ଆଜି ରାତିରେ ତିନିଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରୀ କରାଯାଇଛି। ସେଗୁଡିକ ହେଲା ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲା। ଏହି ଜିଲ୍ଲାରେ ଘଡଘଡି ସହିତ ବର୍ଷା ସହିତ ପବନ ପ୍ରବାହିତ ହେବ।

ପାଣିପାଗ ବିଭାଗ ଅନୁସାରେ ଆସନ୍ତା ୨୪ ଘଣ୍ଟା ପାଇଁ ୨୫ ଜିଲ୍ଲାକୁ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି ।

ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

Share This Article