ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

Odisha Hot News
1 Min Read

ଭୁବନେଶ୍ବର: ଓଡିଶାର ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କର ଆଜି ପରଲୋକ ହୋଇଯାଇଛି। ସେ କିଛିଦିନ ଧରି ଅସୁସ୍ଥ ଥିବାରୁ ହସପିଟାଲରେ ଚିକିତ୍ସିତ ହେଉଥିଲେ। ଓଡିଶା ସାମ୍ବାଦିକତା ଜଗତରେ ସେ ଜଣେ ପରିଚିତ ବ୍ୟକ୍ତିତ୍ବ। ସେ ଦୀର୍ଘ ବର୍ଷ ଧରି ଦୈନିକ ଖବରକାଗଜ ‘ଦିନଲିପି’ ରେ କାର୍ଯ୍ୟ କରିଆସୁଥିଲେ। ତାଙ୍କର ଅମାୟିକ ବ୍ୟବହାର ଅନ୍ୟ ସାମ୍ବାଦିକଙ୍କୁ ବେଶ ଆକର୍ଷିତ କରିଆସିଛି। ତାଙ୍କ ବିୟୋଗରେ ଓଡିଶା ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳିଯାଇଛି।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରତି ଭାଇ ଭାବରେ ରାଜ୍ୟର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ୍ ଜଣାଶୁଣା ଥିଲେ। ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରୁଛି। ଓଁ ଶାନ୍ତି

Share This Article