ଆସନ୍ତାକାଲିଠାରୁ ରାଜ୍ୟର ସମସ୍ତ ସ୍କୁଲ କଲେଜ ଛୁଟି, ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ

Odisha Hot News
1 Min Read

ଭୁବନେଶ୍ବର: ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଲେ ବଡ ପଦକ୍ଷେପ। ଆସନ୍ତାକାଲିଠାରୁ ରାଜ୍ୟର ସମସ୍ତ ସ୍କୁଲ କଲେଜ ବନ୍ଦ ରଖିବାକୁ ନେଲେ ନିଷ୍ପତି। ଏ ନେଇ ଆଜି ସଂଧ୍ୟାରେ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ତେବେ ସ୍କୁଲ କଲେଜ କେବେ ଖୋଲିବ ସେ ନେଇ ରାଜ୍ୟ ସରକାର ପରେ ନିଷ୍ପତି ନେବେ।

ଏହି ଛୁଟି ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜର ଲାଗୁ କରିଛନ୍ତି। ଏଥିସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ତେବେ ଅଙ୍ଗନବାଡି ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ଖାଦ୍ୟ ସେମାନଙ୍କ ଘରେ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏହାକୁ କଡାକଡି ପାଳନ କରିବା ପାଇଁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Share This Article