ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳାଫଳ: ଛାତ୍ରଛାତ୍ରୀ ଏଭଳି ଦେଖିପାରିବେ ରେଜଲ୍ଟ

Odisha Hot News
1 Min Read

ଭୁବନେଶ୍ଵର: ଆଜି ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି। ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ଆଜି ଅପରାହ୍ନ ୪ ଟାରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇଛି। କଟକ ସ୍ଥିତ ବିଏସଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି।

ଏହା ପରେ ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ସେମାନଙ୍କର ଫଳାଫଳ ଦେଖିପାରିବେ। ଛାତ୍ରଛାତ୍ରୀମାନେ ସେମାନଙ୍କର ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ।

ଏହା ସହିତ ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ଉପଲବ୍ଧ ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଏଥିପାଇଁ ଛାତ୍ରଛାତ୍ରୀମାନେ ନିର୍ଦ୍ଦିଷ୍ଟ ନମ୍ବରକୁ ମେସେଜ ପଠାଇପାରିବେ।

Share This Article