ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ୍‌ ସୋ’

Odisha Hot News
1 Min Read

ଭୁବନେଶ୍ବର: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ଥିଲେ। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ସ୍ବାଗତ କରାଯାଇଛି। ମୋଦୀଙ୍କ ସ୍ବାଗତ ପାଇଁ କଳାକାରମାନେ ପ୍ରସ୍ତୁତି ଦେଇଛନ୍ତି। ବିମାନବନ୍ଦରରୁ ପ୍ରଧାନମନ୍ତ୍ରୀ ମୋଦୀ ଜନତା ମଇଦାନରେ ପହଞ୍ଚିଛନ୍ତି। ତାଙ୍କର ଏକ ଝଲକ ପାଇବା ପାଇଁ ସମର୍ଥକମାନେ ବିମାନବନ୍ଦର ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ରାସ୍ତାରେ ହେବାକୁ ଥିବା ରାଲିର ଉଭୟ ପାର୍ଶ୍ବରେ ଅପେକ୍ଷା କରିଥିଲେ। ମୋଦୀଙ୍କ ସମର୍ଥକମାନେ ଉତ୍ସାହିତ ଦେଖାଯାଇଛନ୍ତି। ତ୍ରିରଙ୍ଗା ପତାକା ଦେଖାଇ, ହାତ ହଲାଇ ମୋଦୀଙ୍କୁ ସ୍ବାଗତ କରୁଛନ୍ତି। ସ୍ଥାନେ ସ୍ଥାନେ ପୁଷ୍ପ ବର୍ଷା କରାଯାଉଥିବା ବେଳେ ପାରଂପରିକ ବାଦ୍ୟ ବଜାଇଛନ୍ତି
ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଓ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଯଦିଓ ଏହି ଗସ୍ତ କରିଛନ୍ତି, ଏହାର ଲକ୍ଷ୍ୟ ଆହୁରି ଅନେକ ହୋଇପାରେ। ସେ ସ୍ଥାନୀୟ ଜନତା ମଇଦାନରେ ବିରାଟ ସମାରୋହରେ ଓଡ଼ିଶାର ଜନତାଙ୍କୁ ସମ୍ବୋଧିତ କରିବେ। ଏହା ପୂର୍ବରୁ ସେ ବିମାନବନ୍ଦର ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ ସୋ’ କରୁଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଛି। ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ପ୍ରାୟ ୩ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ। ଏଥିରେ ୨୭୦୦କୋଟି ଟଙ୍କାର ରେଳ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ, ନରାଜରେ ନିର୍ମିତ ୫୦କୋଟି ଟଙ୍କାର ଇଭି ବସ୍‌ ଡିପୋର ଉଦ୍‌ଘାଟନ, ୧୦୦ଟି ନୂଆ ଇଭି ବସ୍‌ର ଶୁଭାରମ୍ଭ ଆଦି ସାମିଲ ରହିଛି ରହିଛି।

Share This Article