କଟକ ସିଡିଏମଓ ଅଫିସ୍‌ର କିଶୋର କୁମାର ସାହାଣୀଙ୍କ ଘରେ ପଶିଲା ଭିଜିଲାନ୍ସ

Odisha Hot News
1 Min Read

କଟକ: କଟକ ସିଡିଏମଓ ଅଫିସ୍‌ର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ୫ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଆରମ୍ଭ କରାଯାଇଛି।ତାଙ୍କ ବିରୁଦ୍ଧରେ ୧.୨୪ କୋଟି ଟଙ୍କାରୁ ଅଧିକ ସରକାରୀ ପାଣ୍ଠିର ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏହି ସମ୍ପର୍କରେ ପ୍ରମାଣ ସଂଗ୍ରହ କରିବା ପାଇଁ, କଟକ ଜିଲ୍ଲାର ନିମ୍ନଲିଖିତ ୫ଟି ସ୍ଥାନରେ ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, କଟକଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୯ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି।

୧) କଟକର ଯୋବ୍ରା ନୂଆସାହିରେ ଅବସ୍ଥିତ ଶ୍ରୀ ସାହାଣୀଙ୍କ ଆବାସିକ ତିନି ମହଲା ବିଶିଷ୍ଟ କୋଠା।
୨) କଟକର ଚୌଦ୍ୱାରର ପଳାସିଆରେ ଅବସ୍ଥିତ ଅନ୍ୟ ଏକ କୋଠା ଏବଂ କୁକୁଡ଼ା ଫାର୍ମ।
୩) କଟକରେ କିଶୋର କୁମାର ସାହାଣୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ।
୪) କଟକର ତୁଳସୀପୁରର ଦେଉଳା ସାହିରେ ଅବସ୍ଥିତ ତାଙ୍କ ଶ୍ୱଶୁରଙ୍କ ଘର।
୫) କଟକର କିଶୋରନଗର ଥାନା ଅନ୍ତର୍ଗତ ଉତ୍ତରକୂଳରେ ଅବସ୍ଥିତ ଶ୍ରୀ ସାହାଣୀଙ୍କ ପୈତୃକ ଘର।

କଟକ ସିଡିଏମଓ ଅଫିସ୍‌ର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ୫ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଆରମ୍ଭ କରାଯାଇଛି।ତାଙ୍କ ବିରୁଦ୍ଧରେ ୧.୨୪ କୋଟି ଟଙ୍କାରୁ ଅଧିକ ସରକାରୀ ପାଣ୍ଠିର ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏହି ସମ୍ପର୍କରେ ପ୍ରମାଣ ସଂଗ୍ରହ କରିବା ପାଇଁ, କଟକ ଜିଲ୍ଲାର ନିମ୍ନଲିଖିତ ୫ଟି ସ୍ଥାନରେ ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, କଟକଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୯ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି।
ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

Odisha Vigilance

Share This Article