ପୁଣି ୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

Odisha Hot News
1 Min Read

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସକାଳେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରେ ସର୍ବାଧିକ ୩୧, ଗଞ୍ଜାମ ୧୩, କଟକ ୬, କେନ୍ଦ୍ରାପଡ଼ା ୪, ପୁରୀ ୪, ଖୋର୍ଦ୍ଧା ୩, ମୟୁରଭଞ୍ଜ ୨ ଓ ନୟାଗଡ଼ର ୨ ରହିଛନ୍ତି। ୬୫ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୬୨ଜଣ ସରକାରୀ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ପଜିଟିଭ୍‌ଙ୍କୁ ମିଶାଇ ରାଜ୍ୟରେ ୫୬୮ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୧୬୬ଜଣ ସୁସ୍ଥ ଓ ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି।

Share This Article