ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି

Odisha Hot News
0 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୮୭ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ବୋଲି ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୨୭ ଥିବା ବେଳେ ଏଯାବତ୍ ୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Share This Article