ଆଜି ପୁଣି ୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ଜଣଙ୍କୁ ଛାଡ଼ି ଦେଲେ ଅବଶିଷ୍ଟ ୪୭ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ଆରଜଣକ ଜେଲରେ ଥିବାର ସୂଚନା ମିଳିଛି। ଉକ୍ତ ଆକ୍ରାନ୍ତ ପୁରୀର ବୋଲି ଜଣାଯାଇଛି।

ଏମାନଙ୍କ ଭିତରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୧୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା  ଖୋର୍ଦ୍ଧାରୁ  ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ୧୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ବଲାଙ୍ଗୀର ଜିଲ୍ଲାରେ ଓ କନ୍ଧମାଳ ଜିଲ୍ଲାରେ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ବୌଦ୍ଧ ଓ କଟକ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ାରୁ ୩ଜଣ ପୁରୀରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜି ନୂଆା ଜିଲ୍ଲା ଭାବେ କନ୍ଧମାଳରେ କରୋନା ପାଦ ଥାପିବା ପରେ ଏବେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲ୍ଲା ସଂଖ୍ୟା ୨୩ରେ ପହଞ୍ଚିଛି। କନ୍ଧମାଳର ଏହି ଦୁଇ ଆକ୍ରାନ୍ତ ତାମିଲନାଡ଼ୁ ଫେରନ୍ତା ଏବଂ ସେଦୁହେଁ ଫିରିଙ୍ଗିଆ ବ୍ଲକ ରତଂଗ ସଂଗରୋଧ କେନ୍ଦ୍ରରେ ଥିଲେ ।ଗତକାଲି ସେମାନଙ୍କୁ ଭୁବନେଶ୍ବରର କିମ୍ସ କୋଭିଡ୍ ହସ୍ପିଟାଲକୁ  ପଠାଯାଇଥିବାର ସୂଚନା ମିଳିଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୫୨ ଥିବା ବେଳେ ୨୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪ଜଣଙ୍କର ମୃତ୍ୟୁ ଘଟିଛି।

Share This Article