ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ,ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭ ଛୁଇଁଲା

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେ ଗଞ୍ଜାମ ଜିଲ୍ଲାର ଏବଂ ତାଙ୍କ ବୟସ ୮୫ ବର୍ଷ ବୋଲି ଜଣାଯାଇଛି। ଏବେ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ଲଗାତାର ତିନି ଦିନ ଧରି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ହୋଇଛି।

ସୂଚନାଯୋଗ୍ୟ, ଗତକାଲି ଖୋର୍ଦ୍ଧା ଜିଲ୍ଲାର କରୋନାରେ ଆକ୍ରାନ୍ତ ଜଣେ ୭୦ ବର୍ଷର ବୃଦ୍ଧଙ୍କର ମୃତ୍ୟୁ ଘଟିଥିଲା ବୋଲି ସୂଚନା ଦିଆଯାଇଥିଲା। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଥିଲା।

ଗୁରୁବାର ରାଜ୍ୟରେ ଆଉ ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୦୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ୫୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଏବଂ ମାଲକାନଗିରି ଜିଲ୍ଲାରୁ ଜଣେ ରହିଛନ୍ତି ।

Share This Article