ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୧୩ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୫୩ରେ ପହଞ୍ଚିଛି। ତେବେ ୧୪୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଅପରପକ୍ଷରେ ୭ଜଣଙ୍କର ମୃତ୍ୟୁ ଘଟିଛି।

Share This Article