ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୨ ଆକ୍ରାନ୍ତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୦୭ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏଥିରେ  ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମର ୨୧ ଜଣ ଆକ୍ରାନ୍ତ ଥିବା ଜଣାଯାଇଛି ।

ଏବେ ରାଜ୍ୟରେ ମୋଟ୍ ୨୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୧ ରହିଛି।
ଅପରପକ୍ଷରେ ୧୦ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share This Article