ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୮ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୧୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୯୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। କୋଲକାତାରେ ଅମ୍ଫାନ କାମରୁ ଫେରିଥିବା ୧୬ ଅଗ୍ନିଶମ କର୍ମଚାରୀ ବି ଆଜି କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ୧୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଆଜି ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୭, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯, କଟକ, କଳାହାଣ୍ଡି , ବଲାଙ୍ଗୀର, ବରଗଡ଼, ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ, ବାଲେଶ୍ୱର ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୯, ଗଞ୍ଜାମ ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୧୫, ଗଜପତି ଜିଲ୍ଲାରୁ ୭ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ୍ ୨୮୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୫ ରହିଛି।

ଅପରପକ୍ଷରେ ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share This Article