ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଜି ୧୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।
ଚିହ୍ନଟ ହୋଇଥିବା ୧୦୮ ସଂକ୍ରମିତଙ୍କ ମଧ୍ୟରୁ ମୟୁରବଞ୍ଜରୁ ୫ଜଣ, ଖୋର୍ଦ୍ଧାରୁ ୨୫ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ , ବାଲେଶ୍ୱର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, ବରଗଡ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ ରହିଛନ୍ତି । ଏହାସହ ୨୧ ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏମାନେ ଅମ୍ଫାନ୍ ପୁନଃରୁଦ୍ଧାର କାମ ସାରି ପଶ୍ଚିମବଙ୍ଗରୁ ଫେରିଥିଲେ ।
COVID-19 REPORT FOR 16th JUNE
New positive cases: 175
In quarantine: 145
Local contacts: 30
(Details of local contacts will be shared by concerned Dist Administration)
District Wise Cases
1. Mayurbhanj: 5
2. Khordha: 25
3. Sundargarh: 5
4. Cuttack: 3
5. Jagatsinghpur: 7
— I & PR Department, Odisha (@IPR_Odisha) June 17, 2020
New recoveries: 120
Cumulative tested: 208472
Positive: 4338
Recovered: 2974
Active cases: 1350
— I & PR Department, Odisha (@IPR_Odisha) June 17, 2020
Comment