ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୬୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୨୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ତଥ୍ୟ ପ୍ରଦାନ କରାଯାଇଛି।
ଏବେ ରାଜ୍ୟରେ ମୋଟ୍ ୩୧୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୧୯ ରହିଛି। ଅପରପକ୍ଷରେ ୧୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଆଜି ପୁଣି ୧୬୫ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି

Comment