ଆସନ୍ତାକାଲି ଦିନ ୧୧ଟାରେ ସୁପ୍ରିମକୋର୍ଟରେ ହେବ ରଥଯାତ୍ରା ଶୁଣାଣି

Odisha Hot News
1 Min Read

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପୂର୍ବାହ୍ନ ୧୧ଟାରେ ଜଷ୍ଟିସ୍‌ ଏସ୍‌ ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ଏହି ଶୁଣାଣି ହେବ। ଜଣିକିଆ ବେଞ୍ଚରେ ଏହି ଶୁଣାଣି ହେବ। ରଥଯାତ୍ରା ପୁନର୍ବିଚାର ନେଇ ଏକାଧିକ ପିଟିଶନ ଦାୟର ହୋଇସାରିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଭର୍ଚୁଆଲ କୋର୍ଟ ନଂ. ୩ରେ ଏହି ଶୁଣାଣି ହେବ।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଶୁଣାଇଥିଲେ । ଏହା ପରେ ରାଜ୍ୟ ସରକାରଙ୍କ କ୍ୟାବିନେଟ୍‌ ବୈଠକ ବସିଥିଲା। ଏହି ବୈଠକରେ ସୁପ୍ରିମକୋର୍ଟଙ୍କ ରାୟ ମାନିବା ପାଇଁ ନିଷ୍ପତ୍ତି ମଧ୍ୟ ନିଆଯାଇଥିଲା। ଅନ୍ୟପକ୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବନ୍ଦ ନ ହେବାକୁ ବିଭିନ୍ନ ମହଲରୁ ଦାବି ହୋଇଥିଲା। ରାଜ୍ୟର ଅନ୍ୟ ସ୍ଥାନରେ ରଥଯାତ୍ରା ବନ୍ଦ କରି କେବଳ ପୁରୀରେ ରଥଯାତ୍ରା ପାଇଁ ଅନୁମତି ଦେବାକୁ ଏହି ପିଟିଶନରେ ଅନୁରୋଧ କରାଯାଇଥିଲା।

Share This Article