ରାଜ୍ୟରେ ପୁଣି ୨୧୦ଜଣ କରୋନା ପଜିଟିଭ୍ ଚିହ୍ନଟ,ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୬୨କୁ ବୃଦ୍ଧି

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୬୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୭୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏଥିରେ ପଶ୍ଚିମବଙ୍ଗରୁ ଅମ୍ଫାନ ଡ୍ୟୁଟିରୁ ଫେରିଥିବା ୬ଜଣ  ଏନଡିଆରଏଫ୍ କର୍ମଚାରୀ ଅଛନ୍ତି।

ଏବେ ରାଜ୍ୟରେ ମୋଟ୍ ୪୧୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୫ ରହିଛି। ଅପରପକ୍ଷରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share This Article