ରାଜ୍ୟରେ ଆଉ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ୬୮୫୯ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୪୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୩୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୨୧୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ୨ ଜଣ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି। ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଏବେ ରାଜ୍ୟରେ ମୋଟ୍ ୪୭୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୬ ରହିଛି। ଅପରପକ୍ଷରେ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share This Article