ରାଜ୍ୟରେ ୭ହଜାର ଟପିଲା କରୋନା ସଂକ୍ରମିତ ସଂଖ୍ୟା, ରାଜ୍ୟରେ ଆଜି ପୁଣି ୨୦୬ଜଣ କରୋନା ପଜିଟିଭ୍ ଚିହ୍ନଟ

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୦୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୧୪ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି। ଆଜି ୨୨ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୩୬, ଯାଜପୁର ଜିଲ୍ଲାରୁ ୨୮, କୋରାପୁଟ ଜିଲ୍ଲାରୁ ୧୮, କଟକ ଓ ଜଗତସିଂହପୁର ଜିଲ୍ଲାରୁ ୧୭ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ୱର ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୪, ବଲାଙ୍ଗୀର ଜିଲ୍ଲାରୁ ୧୬, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧୫, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୩, ଯାଜପୁର ଜିଲ୍ଲାରୁ ୨୮, ଝାରସୁଗୁଡ଼ା ଜିଲ୍ଲାରୁ ୩, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪, କେନ୍ଦୁଝର ଜିଲ୍ଲାରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୭, ମୟୂରଭଞ୍ଜ ଜିଲ୍ଲାରୁ ୭, ନୟାଗଡ ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୪, ସୁନ୍ଦରଗଡ଼ ଜିଲ୍ଲାରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ୨୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share This Article