ରାଜ୍ୟରେ ୨୨୯ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ଜଣେ ବି ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ନ ଥିବା ଜଣାଯାଇଛି।

ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୯୫, ବାଲେଶ୍ବରରେ ୨୪ , ଯାଜପୁରରେ ୨୨, ଖୋର୍ଦ୍ଧାରେ ୨୧, କଟକରେ ୧୨, ସୁନ୍ଦରଗଡ଼ରେ ୧୭, ଝାରସୁଗୁଡ଼ାରେ ୧୦, ବଲାଙ୍ଗୀରରେ ୭, ନୟାଗଡ଼ରେ ୫, ପୁରୀରେ ୪, ବୌଦ୍ଧରେ ୩, ମୟୂରଭଞ୍ଜରେ ୨ ଜଣ ପଜିଟିଭ, ଅନୁଗୁଳ, ବରଗଡ଼, ଦେବଗଡ଼, ଗଜପତି, ଜଗତସିଂହପୁର, କେନ୍ଦୁଝର, କୋରାପୁଟ ଜିଲ୍ଲାରେ ଜଣେ ଲେଖାଏଁ କୋରାନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏବେ ରାଜ୍ୟରେ ମୋଟ୍ ୫୩୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୫୭ ରହିଛି।

 

Share This Article