ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଉ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୫ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
7. Jagatsinghpur: 6
8. Jajpur: 3
9. Jharsuguda: 2
10. Kalahandi: 5
11. Kendrapada: 2
12. Keonjhar: 6
13. Khordha: 26
14. Koraput: 4
15. Mayurbhanj: 10
16. Puri: 1
17. Rayagada: 76
18. Sambalpur: 8
19. Sundargarh: 3
20. NDRF: 1
— I & PR Department, Odisha (@IPR_Odisha) July 3, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୬୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୫୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୫ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।
Comment