ଭୁବନେଶ୍ବର: ଦେଶର କମ୍ପ୍ଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ଭାବେ ନବନିଯୁକ୍ତ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ନୂଆ ଦାୟିତ୍ବ ପାଇଁ ସେ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନିଜର ଟୁଇଟରରେ ଶୁଭେଚ୍ଛା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ‘ଅଭିନନ୍ଦନ, ଓଡ଼ିଶାରେ ଜନ୍ମିତ ଆଇଏଏସ୍ ଅଧିକାରୀ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ କମ୍ପ୍ଟ୍ରୋଲର ଏବଂ ଅଡିଟର ଜେନେରାଲ ଭାବରେ ନିଯୁକ୍ତ କରାଯାଇଛି। ତାଙ୍କର ନୂତନ ଦାୟିତ୍ବ ପାଇଁ ତାଙ୍କୁ ଶୁଭେଚ୍ଛା |’
Congratulate #Odisha born IAS officer Girish Chandra Murmu being appointed as Comptroller and Auditor General of India. Wish him best for his new responsibility.
— Naveen Patnaik (@Naveen_Odisha) August 7, 2020
ସୂଚନାଯୋଗ୍ୟ, ଜମ୍ମୁ ଓ କଶ୍ମୀରର ପୂର୍ବତନ ଉପ-ରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁ ଦେଶର କମ୍ପ୍ଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ନିଯୁକ୍ତ ହୋଇଛନ୍ତି । ସେ ରାଜୀବ ମହର୍ଷିଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିବେ । ୧୯୮୫ ବ୍ୟାଚ ଆଇଏଏସ ଅଫିସର ଶ୍ରୀ ମୁର୍ମୁ ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ପଦରୁ ୫ ତାରିଖରେ ଇସ୍ତଫା ଦେଇଥିଲେ । ତାଙ୍କ ସ୍ଥାନରେ ମନୋଜ ସିହ୍ନାଙ୍କୁ ଗତକାଲି ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ନିଯୁକ୍ତ କରାଯାଇଛି । ସେ ଗତ ବର୍ଷ ପ୍ରଥମ ଥର ପାଇଁ ନବଗଠିତ ଜମ୍ମୁ ଓ କଶ୍ମୀର କେନ୍ଦ୍ର ଶାସିତ ଅଞ୍ଚଳର ପ୍ରଥମ ଉପରାଜ୍ୟପାଳ ନିଯୁକ୍ତ ହୋଇଥିଲେ ।
ଗିରୀଶ ଚନ୍ଦ୍ର ମୁର୍ମୁ ଶନିବାର ଦିନ ରାଷ୍ଟ୍ରପତି ଭବନରେ ଶପଥ ନେବେ ଏବଂ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇବେ ବୋଲି ଜଣାଯାଇଛି।
Comment